ଭୁବନେଶ୍ୱର : ଶୁକ୍ରବାର ସଚିବାଳୟରୁ ଭିଡ଼ିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଶୁକ୍ରବାର ସମ୍ବଲପୁରରୁ ବରିଷ୍ଠ ନାଗରିକମାନେ ତୀର୍ଥଯାତ୍ରାରେ ମଦୁରାଇ ଓ ରାମେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି
ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତୀର୍ଥଯାତ୍ରୀ ମାନଙ୍କୁ ଶୁଭକାମନା ଜଣାଇଥିଲେ । ଯାତ୍ରୀମାନେ ସେମାନଙ୍କ ପ୍ରତିକ୍ରିୟାରେ ସରକାରଙ୍କ ଏହି
କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ ଏବଂ ତୀର୍ଥଯାତ୍ରା ପାଇଁ ସେମାନଙ୍କ ଆଶା ପୂରଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସଚିବାଳୟରେ ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ, ପର୍ଯ୍ୟଟନ ସଚିବ ଓ ପର୍ଯ୍ୟଟନ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିବା ବେଳେ ସମ୍ବଲପୁର ରେଳଷ୍ଟେସନରେ ଜଳସମ୍ପଦ ମନ୍ତ୍ରୀ ନିରଂଜନ ପୁଜାରୀ, ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ଉପସ୍ଥିତ ଥିଲେ ।