ଭୁବନେଶ୍ୱର, ୧୪।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୨୮୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୨୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୨୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୪୭୨୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।