Home ରାଜ୍ୟ ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲେଶ୍ବର, ପୁରୀ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି

ସେହିଭଳି ଅନ୍ୟ ରୋଗ କାରଣରୁ ୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୯୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯୨୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।