Home ରାଜ୍ୟ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢଉ

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢଉ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଥିବାର ଖବର ମିଳିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି।
ଭିଜିଲାନ୍ସ ବିଭାଗର ୬ଟି ଟିମ୍ ପାରଳାଖେମୁଣ୍ଡିସ୍ଥିତ ଜଗନ୍ନାଥ ବିହାରରେ ଥିବା କେ.ନାଗେଶ୍ବର ସେନାପତିଙ୍କ ବାସଭବନ, ବ୍ରହ୍ମପୁରସ୍ଥିତ ତାଙ୍କ ଶାଳକଙ୍କ ଘର, ଆସିକାସ୍ଥିତ ପୈତୃକ ବାସଭବନ, ରାୟଗଡ଼ ଅଫିସ ଓ ଛଅ ମାଇଲଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।