Home ରାଜ୍ୟ ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଲା

ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଲା

192

ଭୁବନେଶ୍ୱର: ରାଜ୍ୟରେ  ନୂଆ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଓଡ଼ିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି | ଏହି ନୂଆ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି | ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ ଅନୁଯାୟୀ ବର୍ତ୍ତମାନ ରାଜ୍ୟରେ ୪୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୨୬ଟି ସକ୍ରିୟ ମାମଲା ରହିଛି

ସେହିପରି ୮୫ ଜଣ ସୁସ୍ଥ ହୋଇଥିବାବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି | ୨୦ ନୂଆ କରୋନା ପଜିଟିଭଙ୍କ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଂଚିଥିବାବେଳେ ୧୫୩ଟି ସକ୍ରିୟ ମାମଲା ଥିବାବେଳେ ଜଣକର ମୃତ୍ୟୁ ହୋଇଛି |

ଆଜି ସମୁଦାୟ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଗତକାଲି ପ୍ରଥମ ଥର କରୋନା ମାନଚିତ୍ରରେ ବୌଦ୍ଧ ସାମିଲ ହୋଇଥିଲା | ଗତକାଲି ଏହି ଜିଲ୍ଲାରେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୧ ଜଣ ଚିହ୍ନଟ ହୋଇଛନ୍ତି |