Home ରାଜ୍ୟ ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୮୩୬୦୧୪୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।