Home ରାଜ୍ୟ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୧୬୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୧୬୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

30

ଭୁବନେଶ୍ୱର  : ରାଜ୍ୟରେ ରବିବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତିଜଣକ କେନ୍ଦୁଝର ଜିଲାର ବୋଲି ରାଜ୍ୟ ସୂଚନା ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ କେନ୍ଦୁଝର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ଅପରାହ୍ନ ୧.୩୦ ସୁଦ୍ଧା ରାଜ୍ୟରେ ୫ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଗଞ୍ଜାମ ଜିଲାରେ ୨, ଝାରସୁଗୁଡ଼ାରେ ଜଣେ, ବାଲେଶ୍ୱରରେ ଜଣେ ଓ କେନ୍ଦୁଝରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।