ଭୁବନେଶ୍ବର: ଆଜି ରାଜ୍ଯରେ ୪୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୪୧, ଏବଂ ଲୋକାଲ୍ କେସରୁ ୧୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୮ ହଜାର ୭୨୫କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୧ ହଜାର ୨୫୬ । ଆକ୍ଟିଭ କେସ୍ ରହିଛି ୫ ହଜାର ୬୭୭।
ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି ।