Home ରାଜ୍ୟ ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୫ କୋଭିଡ୍ ସଂକ୍ରମିତ, ୩୨୯୩୦୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୫ କୋଭିଡ୍ ସଂକ୍ରମିତ, ୩୨୯୩୦୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୧୫୪୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

https://linksredirect.com/?cid=34199&source=linkkit&url=https%3A%2F%2Fplay.google.com%2Fstore%2Fapps%2Fdetails%3Fid%3Dcom.eterno.shortvideos