Home ରାଜ୍ୟ ରାଜ୍ୟରେ ଆଜି ଆଉ ଜଣେ ସୁରାଟ ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ, ମୋଟ 170

ରାଜ୍ୟରେ ଆଜି ଆଉ ଜଣେ ସୁରାଟ ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ, ମୋଟ 170

1205778418

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ୧୭୦ରେ ପହଞ୍ଚିଛି ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ଏବଂ ତାଙ୍କ ବୟସ ୧୮ବର୍ଷ ବୋଲି ଜଣାପଡିଛି । ସଂକ୍ରମିତ ଜଣଙ୍କ ପୁରୁଷ ଏବଂ ସେ କିଛି ଦିନ ତଳେ ସୁରଟରୁ ଫେରିଥିଲେ । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ