Home ରାଜ୍ୟ ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି

ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ନୟାଗଡ ଜିଲ୍ଲାର ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଜିଲ୍ଲାର ଅନ୍ୟ ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଏବଂ ୭୮ ବର୍ଷ ବୟସ୍କ ପୁରୁଷ ।

ଭୁବନେଶ୍ବରର ଜଣେ ୮୪ ବର୍ଷ ବୟସ୍କା ମହିଳା । ଖୋର୍ଦ୍ଧା ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଅନ୍ୟ ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

ଗଞ୍ଜାମ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ, ଜଣେ ୬୫ ବର୍ଷ ବୟସ୍କ ପୁରୁଷ, ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ , ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ଶେଷ ପର୍ଯ୍ୟାୟ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।

ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

ସୁନ୍ଦରଗଡ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ ।

ସେହିଭଳି ଅନ୍ୟ ରୋଗ କାରଣରୁ ୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି । ବାଲେଶ୍ବର ଜିଲ୍ଲାର ଜଣେ ୨୭ ବର୍ଷ ବୟସ୍କା ମହିଳାଙ୍କର ଆମନିଓଟିକ୍ ଫ୍ଲୁଇଡ୍ ଏମ୍ବୋଲିଜିମ୍ ଯୋଗୁଁ ମୃତ୍ୟୁ ହୋଇଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କା ମହିଳାଙ୍କର ଡିସମ୍ପେନ୍ସେଟେଡ୍ କ୍ରୋନିକ୍ ଲିଭର ରୋଗ, ହେପାଟିକ୍ ଏନସେଫାଲୋପାଥି, ଭେଣ୍ଟ୍ରିକୁଲାର ଟାଚାଇକାର୍ଡିଆ ଯୋଗୁଁ ମୃତ୍ୟୁ ହୋଇଛି ।