Home ରାଜ୍ୟ ଆହୁରି ୨୪ ଘଣ୍ଟା ବର୍ଷିବ

ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ମନ୍‌ସୁନ୍ ଟ୍ରଫ୍‌ ଲାଇନ୍ ଓ ଘୁର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିବ। ଆଜି ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର,ଭଦ୍ରକ, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବ।”