Home ଆଜିର ରାଶିଫଳ ଆଜିର ରାଶିଫଳ

ଆଜିର ରାଶିଫଳ

କାଳବେଳା – ଦିବାଘ୦୧/୧୫ଗତେ ଘ୦୨/୪୦ମଧ୍ୟେ ବାରବେଳା-ଦିବାଘ୦୭/୫୦ଗତେ ଘ୦୯/୧୧ମଧ୍ୟେ


  • *ଅମୃତବେଳା – * ଦିବା ଘ୦୯/୧୩ ଗତେ ଘ୧୦/୩୫ମଧ୍ୟେ ଓ ଘ୧୧/୫୫ଗତେ ଘ୦୧/୧୫ମଧ୍ୟେ*
    ମାହେନ୍ଦ୍ର ବେଳା- ଦିବା ଘ ୧୦/୩୧ ଗତେ ଘ୧୧/୫୦ମଧ୍ୟେ* ଓ ଘ୦୨/୪୧ଗତେ ଘ୦୪/୫୯ମଧ୍ୟେ

ମେଷ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ ।

ବୃଷ: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ।

ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।

କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

କନ୍ୟା: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ଇମେଲ୍‌ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।