ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଭୁବନେଶ୍ବରର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ।
ଢେଙ୍କାନାଳ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ମୋଟାପଣରେ ପୀଡିତ ଥିଲେ । ଆଉ ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ପୁରୀ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
6. An 82-year old male of Ganjam district who was also suffering from Hypertension.
7. A 62-year old male of Ganjam district who was also suffering from Diabetes, Hypertension.
8. A 76-year old female of Puri district who was also suffering from Diabetes, Hypertension.
— H & FW Dept Odisha (@HFWOdisha) August 20, 2020