Home ରାଜ୍ୟ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪, ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ବିଭାଗ

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪, ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪ରେ ରହିଛି । ରବିବାର ଗଞ୍ଜାମ ଜିଲ୍ଲାରେ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ ୨ୟ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ପଷ୍ଟ ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।