Home ରାଜ୍ୟ ଆଜି ଖୋଲିବ ଲିଙ୍ଗରାଜ ମନ୍ଦିର

ଆଜି ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର:  ୯ ମାସର ପ୍ରତୀକ୍ଷାର ଅନ୍ତ। ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲୁଛି ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ରହିଛି। ଆଜିଠୁ ଆସନ୍ତା ୩୧ ତାରିଖ ଯାଏ ସେବାୟତଙ୍କ ପରିବାର ହିଁ ଦର୍ଶନ କରିବେ ବୋଲି ସୂଚନା ରହିଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରୁ କରାଯାଇଛି ବ୍ୟାରିକେଡ୍। ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଆସି ପରିଚୟ ପତ୍ର ଦେଖାଇ ମନ୍ଦିରକୁ ପ୍ରବେଶ କରିବେ।

ଏହାପରେ ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ କେବଳ ଭୁବନେଶ୍ୱର ଲୋକଙ୍କୁ ଦର୍ଶନ ଅନୁମତି ମିଳିବ। ୬ ତାରିଖଠାରୁ ସାଧାରଣ ଲୋକେ ଦର୍ଶନ କରିପାରିବେ। ମନ୍ଦିର ପରିସରରେ ସର୍ବାଧିକ ୫ଶହ ଲୋକ ରହିପାରିବେ ବୋଲି ପୂର୍ବରୁ କହିଥିଲେ ବିଏମସି କମିଶନର। କରୋନା ପାଇଁ ଦୀର୍ଘ ୯ ମାସ ହେବ ମନ୍ଦିର ବନ୍ଦ ରହିଥିଲା। ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ଲାଗିଥିଲା କଟକଣା।

୬ ତାରିଖ ଠାରୁ ସାଧାରଣ ଲୋକେ ଦର୍ଶନ କରିପାରିବେ। ମନ୍ଦିର ପରିସରରେ ସର୍ବାଧିକ ୫ଶହ ଲୋକ ରହିପାରିବେ ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପୂର୍ବରୁ କହିସାରିଛନ୍ତି।

ସେପଟେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀ ବାସିନ୍ଦା।  ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ କେମିତି ସୁରୁଖୁରୁରେ ହୋଇ ପାରିବ, ସେଥିପାଇଁ ସିଂହଦ୍ୱାର ସମ୍ମୁଖରେ ପୋଲିସ ପକ୍ଷରୁ ମକ୍‌ଡ୍ରିଲ୍ ସହ କୋଭିଡ ଗାଇଡ୍ ଲାଇନ୍ ପାଳନର ତଦାରଖ କରାଯାଇଛି ।