Home ରାଜ୍ୟ ବିଧାନସଭା ପରିସରରେ ରାଜ୍ୟ ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ରାଜ୍ୟ ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ଅବସରରେ ବିଧାନସଭା ପରିସରରେ ରାଜ୍ୟ ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି | ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେସି ଲାଲଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ | ପ୍ରଥମେ ବିଧାନସଭା ପରିସରରେ ପ୍ରାର୍ଥନା ସଭାରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପବାଚସ୍ପତିଙ୍କ ସମେତ ମନ୍ତ୍ରୀମଣ୍ଡଳର ମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ |

ଏମାନଙ୍କ ସହ ସ୍ୱାଧୀନତା ସଂଗ୍ରାମରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀମାନେ ମଧ୍ୟ ଯୋଗ ଦେଇଛନ୍ତି | ଏହି ଅବସରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ | ଏହା ସହ ବାପୁଙ୍କ ସ୍ମୃତିଚାରଣ କରାଯିବା ସହ ରଘୁପତି ରାଘବ ରାଜାରାମ ସଂଗୀତ ପରିବେଷଣ କରାଯାଇଥିଲା |

ସେପଟେ, ଗାନ୍ଧୀ ଜୟନ୍ତୀ ଅବସରରେ ବିଜେପି ପକ୍ଷରୁ ଦେଶବ୍ୟାପି ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆରମ୍ଭ କରାଯାଉଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଜିଲ୍ଲା ତେଲେଙ୍ଗାପେଣ୍ଠ ସ୍ଥିତ ଗାନ୍ଧୀ ସ୍ମୃତି ପୀଠରୁ ଏହି ପଦଯାତ୍ରା ଆରମ୍ଭ କରିଛନ୍ତି ।