Home ଆଜିର ରାଶିଫଳ ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ୧୪ତାରିଖ ୨୦୧୯ମସିହା (ଗୁରୁବାର)

କାଳବେଳା ଓ
ବାରବେଳା-ଦିବା ଘ୦୨/୫୩ ଗତେ ଘ୦୫/୫୫ମଧ୍ୟେ
ଅମୃତବେଳା –  ଦିବା
ଘ୧୦/୨୬ ଗତେ ଘ୧୧/୫୫ମଧ୍ୟେ ଓ ଘ୦୧/୨୪ଗତେ ଘ୦୨/୫୦ମଧ୍ୟେ
ମାହେନ୍ଦ୍ର ବେଳା- ଦିବା
ଘ୦୭/୨୫ମଧ୍ୟେ ଓ ଘ୧୧/୫୩ ଗତେ ଘ୦୧/୨୨ମଧ୍ୟେ

ମେଷ : ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ମିଥୁନ : କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

କର୍କଟ : ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।

କନ୍ୟା : ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।

ତୁଳା : ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ଧନୁ : ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।

ମକର : ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।