Home ରାଜନୀତି ଆଉ ୯ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଘୋଷଣା କଲେ ରାଜ୍ୟ ସରକାର

ଆଉ ୯ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।