ଭୁବନେଶ୍ବର: ପ୍ରବାସୀ ଓଡ଼ିଆମାନଙ୍କୁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ ମାନିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ସେ ନିଜର ଟୁଇଟରରେ ଏହି କଥା ଜଣାଇଛନ୍ତି।
ସେ କହିଛନ୍ତି, ‘ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ବକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।’।
ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରେଣ୍ଟିନର ବ୍ୟବସ୍ଥା ହୋଇଛି।’

Vavada to znane kasyno online, które działa również w Polsce. Strona przyciąga graczy szeroką ofertą gier, przejrzystymi warunkami i obsługą w PLN (zł). Bonus powitalny oraz intuicyjna obsługa sprawiają, że platforma zdobyła popularność wśród polskich użytkowników.