ରାଉରକେଲା : ରାଉରକେଲା ରେଳଓ୍ୱେ କଲୋନୀରେ ଜଣେ ଯୁବକଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯାଇଛି । ଦୁର୍ବୃତ୍ତମାନେ ତାଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି ।
ସହରର ରେଲୱେ କଲୋନୀରେ ଥିବା ବଡ଼ ପାର୍କ ଭିତରେ ଏହି ହତ୍ୟାକାଣ୍ଡ ଘଟିଛି । ଯୁବକଙ୍କୁ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି । ମୃତ୍ୟୁବରଣ କରିଥିବା ଯୁବକ ହେଲେ ସାୟଦ ଖାଁ । ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି ।