ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୨୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୬ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
6. Balasore: 2
7. Angul: 1
8. Bhadrak: 5
9. Kalahandi: 3
10. Kandhamal: 15
11. Ganjam: 20
12. Sundargarh: 1
13. Puri:15
14. Bolangir: 12
15. Kendrapada: 4
16. Mayurbhanj: 9New recoveries: 120
Cumulative tested: 196456
Positive: 3723
Recovered: 2474
Active cases: 1236— I & PR Department, Odisha (@IPR_Odisha) June 13, 2020
ଆଜି ସର୍ବାଧିକ କଟକ ଜିଲ୍ଲାରୁ ୯୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଜିଲ୍ଲାରୁ୧୯, ନୟାଗଡ଼ ଜିଲ୍ଲାରୁ ୭, , ଢେଙ୍କାନାଳ ଜିଲ୍ଲାରୁ ୭, ବାଲେଶ୍ୱର ଜିଲ୍ଲାରୁ୨, ଅନୁଗୁଳ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୧୫, ଗଞ୍ଜାମ ଜିଲ୍ଲାରୁ ୨୦, ସୁନ୍ଦରଗଡ଼ ଜିଲ୍ଲାରୁ୧, ପୁରୀ ଜିଲ୍ଲାରୁ୧୫, ବଲାଙ୍ଗୀର ଜିଲ୍ଲାରୁ୧୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୨୪୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୩୬ ରହିଛି।
ଅପରପକ୍ଷରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।