Home ରାଜ୍ୟ ରାଜ୍ୟରେ ଜୀବନ ହାରିଲେ ଆଉ ୬ କରୋନା ସଂକ୍ରମିତ

ରାଜ୍ୟରେ ଜୀବନ ହାରିଲେ ଆଉ ୬ କରୋନା ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଉଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୪୩୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।