Home ରାଜ୍ୟ ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୮୫ ନୂଆ ଆକ୍ରାନ୍ତ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୫୮୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୩ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୪୩୨୦ କୁ ବୃଦ୍ଧି ପାଇଥିବା ବେଳେ ୧୦୧୦୧୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ଜଣ ପଜିଟିଭ ରହିଛନ୍ତି।