ଭୁବନେଶ୍ୱର : ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ ବିଜୟ କେତନ ଉପାଧ୍ୟାୟଙ୍କୁ ଜାମିନ ମିଳିଛି । ଓଡ଼ିଶା ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି ।
ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଉପାଧ୍ୟାୟଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନି ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ ।