ବାଙ୍କୀ : ରାଜନୈତିକ ଚକ୍ରବ୍ୟୂରେ ଫସିଗଲେ କଟକ ଜିଲ୍ଲା ଖଜୁରିପଦା-ନୂଆଗାଁ ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀ। ଉଭୟେ ପଞ୍ଚାୟତ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। .ଖଜୁରିପଦା-ନୂଆଗାଁ ସରପଞ୍ଚଙ୍କ ସ୍ୱାମୀ ଭଗବାନ ସ୍ୱାଇଁ ଓ ତାଙ୍କ ସହଯୋଗୀ ଆଦିତ୍ୟ ଆଜି ଅପରାହ୍ନ ପ୍ରାୟ ୨ଟା ୩୦ରେ ପଞ୍ଚାୟତ କାର୍ଯ୍ୟସାରି ଏକ ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ଯୋକଲାଞ୍ଜିଠାରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ଏସ୍ସିବିକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଆଦିତ୍ୟ ଓ ଭଗବାନଙ୍କୁ ମୃତ ଘୋଷଣା କରିଥିଲେ।ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାକୁ ନେଇ ଖଜୁରୀପଦା ଗାଁରେ ଉତ୍ତେଜନା ଦେଖାଦେଇଛି। ଘଟଣାସ୍ଥଳରେ ବୈଦେଶ୍ୱର ଥାନା ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ହେଲେ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନି।
ବାଙ୍କୀରେ ଡବଲ୍ ମର୍ଡର : ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀଙ୍କୁ ହତ୍ୟା
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- amoxicillin on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
- zoloft generic on ଜୁନ୍ ସୁଦ୍ଧା ୨୪ ନୂଆ ଏନ୍ଏସି ଓ ପୌର ନିର୍ବାଚନ
- diflucan pill on ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରଲର୍
- vibramycin for sinus infection on ଗଛରୁ ଯୁବ ଦୋକାନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
- doryx price on ସମବାୟ ବିଭାଗର ମହିଳା କର୍ମଚାରୀମାନେ ପାଳିଲେ ଦୀପାବଳି
