Home ରାଜ୍ୟ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୪୯ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୪୯ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୮, ବରଗଡ଼ରୁ ୨୪, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୨୪, କଟକରୁ ୩୭ ଦେବଗଡ଼ରୁ ୨, ଢେଙ୍କାନାଳରୁ ୩୧, ଗଜପତିରୁ ୫, ଗଞ୍ଜାମରୁ ୭, ଜଗତ୍‌ସିଂହପୁରରୁ ୪୮, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୪, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୩୦, କେନ୍ଦୁଝରରୁ ୪୧, ଖୋର୍ଦ୍ଧାରୁ ୮୮, କୋରାପୁଟରୁ ୩, ମାଲାକାନଗିରୁ ୧୦, ମୟୂରଭଞ୍ଜରୁ ୭୮, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୬, ନୂଆପଡ଼ାରୁ ୧୪, ପୁରୀରୁ ୧୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୮, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୫୫ ଓ ଷ୍ଟେଟ୍‌ପୁଲ୍‌ରୁ ୨୧ଚିହ୍ନଟ ‌ହୋଇଛନ୍ତି।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ନୂତନ ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟ ୧୫୪୩ରେ ପହଞ୍ଚିଛି। ଏହା ସହ ରାଜ୍ୟରେ ଏବେ ୧୦,୫୬୩ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

https://linksredirect.com/?cid=34199&source=linkkit&url=https%3A%2F%2Fplay.google.com%2Fstore%2Fapps%2Fdetails%3Fid%3Dcom.eterno.shortvideos