Home ରାଜ୍ୟ ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ

ଓଡ଼ିଶାରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଦ୍ଵିତୀୟ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି | ଏହି ୭୭ ବର୍ଷୀୟ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ହୋଇଥିବାବେଳେ ତାଙ୍କର ମଧୁମେହ ସହ କିଡ଼ନୀ ଜନିତ ସମସ୍ୟା ଥିଲା | ଗତକାଲି କିମସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା | ତେବେ ଠିକ ମାସକ ପରେ ଓଡ଼ିଶାରେ ଦ୍ଵିତୀୟ କରୋନା  ମୃତ୍ୟୁ ହୋଇଛି | ଏପ୍ରିଲ ୬ ତାରିଖରେ ଓଡ଼ିଶାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିଲା |

ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୧୧୫ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୦ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି |