Home ରାଜ୍ୟ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ, ୧୫...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ, ୧୫ ମୃତ

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ଗଜପତି, ସମ୍ବଲପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ଯାଜପୁର, କେନ୍ଦ୍ରପଡା, ଖୋର୍ଦ୍ଧା, କୋରାପୁଟ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।