Home ରାଜ୍ୟ ରାଜ୍ୟରେ ଆଉ ୧୩୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୧୩୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଶୁକ୍ରବାର ଚିହ୍ନଟ ହୋଇଥିବା ୧୩୦ ସଂକ୍ରମିତଙ୍କ ମଧ୍ୟରୁ କୋରାପୁଟ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ୩ ଜଣ, ଭଦ୍ରକ ୪ ଜଣ, କେନ୍ଦୁଝର ୨ ଜଣ, କନ୍ଧମାଳ ୩ ଜଣ, କଳାହାଣ୍ଡି ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ସୋନପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ରହିଛନ୍ତି ।