Home ରାଜ୍ୟ ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପୁରୀରୁ ଜଣେ ଓ କଳାହାଣ୍ଡି ଜିଲ୍ଲାରୁ ଆଜି ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୧୧, ଜଗତସିଂହପୁରରୁ ୨, ଅନୁଗୁଳ ଜିଲ୍ଲାରୁ ୨ ଓ କଟକ ଜିଲ୍ଲାରୁ ୯ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି। ଆଜି ବି ମାଲକାନଗିରି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗତକାଲି କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ଜଣ ରୋଗୀଙ୍କୁ ଏଥିରେ ସାମିଲ କରାଯାଇଛି ।