ମାଗଣାରେ ନୁହେଁ, ଅନ୍ନପୂର୍ଣ୍ଣା ଯୋଜନାରେ ୧ ଟଙ୍କାରେ ମିଳିବ ଖାଦ୍ୟ : ସାଂସଦ ଅପରାଜିତା ଷଡଙ୍ଗୀ

Odisha Hot News
1 Min Read

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ବସ୍ତି, ରେଳଷ୍ଟେସନ, ବସଷ୍ଟାଣ୍ଡ, ମନ୍ଦିର ପାର୍ଶ୍ବବର୍ତ୍ତୀ ଅଞ୍ଚଳ, ବଜାରରେ ଭୋକିଲା ରହୁଥିବା ଲୋକଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ଜାନୁଆରି ୮ରେ ଏକ ଟ୍ରଷ୍ଟ ଅନ୍ନପୂର୍ଣ୍ଣାକୁ ଲୋକାର୍ପିତ କରିଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ହେଲେ ଏବେ ଅନ୍ନପୂର୍ଣ୍ଣା ଯୋଜନା ଅଧିନରେ ମାଗଣା‌ରେ ନୁହେଁ ବରଂ ଖାଦ୍ୟ ଖାଇବା ପାଇଁ ୧ଟଙ୍କା ଦେବାକୁ ହେବ। ଏ ନେଇ ଆଜି ଘୋଷଣା କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ବିଏମସିର ବିଜ୍ଞପ୍ତି ପରେ ଅପରାଜିତା ଷଡଙ୍ଗୀ ଏଭଳି ସୂଚନା ଦେଇଛନ୍ତି।

ବିଏମସିର ନୂଆ ବିଜ୍ଞପ୍ତି ଅନୁଯାୟୀ, ରାସ୍ତାକଡ ଲୋକଙ୍କୁ ଖାଦ୍ୟ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ନ ବାଣ୍ଟି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ପରିଚାଳିତ ହେଉଥିବା ଆଶ୍ରୟସ୍ଥଳରେ ବାଣ୍ଟନ୍ତୁ । ବିଏମସିର ଅନୁମତି ନେଇ ସଂସ୍ଥା କିମ୍ବା ବ୍ୟକ୍ତି ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ବାଣ୍ଟି ପାରିବେ ବୋଲି କୁହାଯାଇଛି । ଏପରି ନକଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ଚେତାଇ ଦିଆଯାଇଛି ।

Share This Article