ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡିହେଲା ଏମ୍ସ

Odisha Hot News
1 Min Read

ଭୁବନେଶ୍ୱର: ଅଖିଳ ଭାରତ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ)ରେ ଏଣିକି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସୁବିଧା ମିଳିବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ଏମ୍ସ ଏବଂ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଭାଗର ସଚିବ ଡ. ପ୍ରମୋଦ କୁମାର ମେହେର୍ଦା, ଏମ୍ସ ଭୁବନେଶ୍ୱର ନିର୍ଦେଶିକା ଡ. ଗୀତାଞ୍ଜଳି ବି. ଏବଂ ଅନ୍ୟାନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ରାଜ୍ୟରେ ୨୦୧୮ ଅଗଷ୍ଟ ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲେ। ସେଥିରେ ୧୯୬ ଘରୋଇ ଡାକ୍ତରଖାନା ତାଲିକାଭୁକ୍ତ ହୋଇଥିବା ବେଳେ ଆଜି ଏମ୍ସ ଭୁବନେଶ୍ୱର ସେଥିରେ ଯୋଡି ହୋଇଛି।

ସ୍ବାସ୍ଥ୍ୟ ବିଭାଗ ସହିତ ଏମ୍‌ସ ଭୁବନେଶ୍ବରର ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି। ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ସଚିବ ଡା. ପ୍ରମୋଦ କୁମାର ମେହେର୍ଦା, ଏମ୍‌ସ ଭୁବନେଶ୍ବରର ନିର୍ଦେଶିକା ଡା. ଗୀତାଞ୍ଜଳି ବି. ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଗତବର୍ଷ ସ୍ବାଧୀନତା ଦିବସରେ ବିଏସ୍‌କେୱାଇ ଯୋଜନା ଆରମ୍ଭ ହୋଇଥିଲା।

Share This Article
Leave a Comment