Home ରାଜ୍ୟ ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୭୩୨୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।