Home ରାଜ୍ୟ ରାଜ୍ୟରେ ହଜାରେ ଟପିଲା କରୋନା ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ହଜାରେ ଟପିଲା କରୋନା ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ମଧ୍ୟରୁ ୭୨ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବାର ସୂଚନା ମିଳିଛି।

ଆଜି ବୌଦ୍ଧ ଜିଲ୍ଲାରୁ ସର୍ବାଧିକ ୨୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଓ ବାଲେଶ୍ୱର ଜିଲ୍ଲାରୁ ୬ ଓ ବାଲେଶ୍ବରରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।