Home ରାଜ୍ୟ ରାଜ୍ୟରେ ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଞ୍ଜାମ ଜିଲ୍ଲା ୧୩୭କୁ ବୃଦ୍ଧି

ରାଜ୍ୟରେ ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଞ୍ଜାମ ଜିଲ୍ଲା ୧୩୭କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାଫଳରେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭କୁ ବୃଦ୍ଧି ପାଇଛି। ଠିକ୍ ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂଖ୍ୟା ୧୪ରେ ଓ କେନ୍ଦ୍ରାପଡ଼ା ଜିଲ୍ଲାରର ୯ରେ ପହଞ୍ଚିଛି ।