Home ରାଜ୍ୟ ରାଜ୍ୟରେ ୬୧ କରୋନା ସଂକ୍ରମିତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ବୃଦ୍ଧି

ରାଜ୍ୟରେ ୬୧ କରୋନା ସଂକ୍ରମିତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ବୃଦ୍ଧି

ଭୁବନେଶ୍ବର  : ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୬୧କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗୁରୁବାର ବିଭିନ୍ନ ସ୍ଥାନରୁ ୭୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଗୁରୁବାର ଚିହ୍ନଟ ହୋଇଥିବା ୭୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୨, ଯାଜପୁର ଜିଲ୍ଲାରୁ ୧୭, ଭଦ୍ରକ ଜିଲ୍ଲାରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି କେନ୍ଦ୍ରାପଡା ଜିଲ୍ଲାରେ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏ ନେଇ କେନ୍ଦ୍ରାପଡା ଜିଲ୍ଲାପାଳ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଥିଲେ