Home ରାଜ୍ୟ ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି

ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।