Home ଦେଶ- ବିଦେଶ ଖୁବ୍‌ଶୀଘ୍ର ଲାଗୁ ହେବ “ଏକ ଦେଶ -ଏକ ରାସନ କାର୍ଡ” କଣ ସୁବିଧା ରହିବ...

ଖୁବ୍‌ଶୀଘ୍ର ଲାଗୁ ହେବ “ଏକ ଦେଶ -ଏକ ରାସନ କାର୍ଡ” କଣ ସୁବିଧା ରହିବ ଜାଣନ୍ତୁ

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୮ କୋଟି ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୩୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ସେ ସୂଚନା ଦେଇଛନ୍ତି । ଏହି ସ୍କିମ ଅନୁସାରେ ପ୍ରବାସୀ ଶ୍ରମିକଙ୍କୁ ଆସନ୍ତା ୨ ମାସ ପର୍ଯ୍ୟନ୍ତ ମାଗଣା ଖାଦ୍ୟଶସ୍ୟ ମିଳିବ ।
ପ୍ରତିବ୍ୟକ୍ତି ମାସକୁ ୫ କିଲୋ ଚାଉଳ ବା ଗହମ ଓ ପ୍ରତି ଶ୍ରମିକ ପରିବାରକୁ ମାସକୁ ୧ କିଲୋ ଡାଲି ଆସନ୍ତା ୨ ମାସ ପର୍ଯ୍ୟନ୍ତ ମାଗଣା ମିଳିବ। ଏହି ସୁବିଧା ପାଇଁ ସେମାନଙ୍କୁ କୌଣସି ରାସନକାର୍ଡ ଦେଖାଇବାକୁ ପଡ଼ିବ ନାହିଁ । ଏହି ସ୍କିମ୍‌ ବାବଦରେ ସରକାର ୩୫୦୦ କୋଟି ବ୍ୟୟ କରିବେ ଓ ଏହା ଦ୍ୱାରା ୮ କୋଟି ପ୍ରବାସୀ ଶ୍ରମିକ ଉପକୃତ ହେବେ । ଖାଦ୍ୟଶସ୍ୟ ପ୍ରଦାନ କରିବାକୁ ରାଜ୍ୟମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଖୁବ୍‌ଶୀଘ୍ର ଏକ ଦେଶ -ଏକ ରାସନ କାର୍ଡ ଲାଗୁ ହେବାକୁ ଯାଉଛି। ଏହାର ଅର୍ଥ ଦେଶର ଯେକୌଶସି ରାସନ ଡିପୋରୁ ଉପଭୋକ୍ତା ଜିନିଷ ନେଇପାରିବେ।