Home ରାଜ୍ୟ ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

4078

ଭୁବନେଶ୍ବର: ରାଜ୍ୟରେ ପୁଣି ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୧୫ଜଣ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ଏବଂ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୪୯, ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୮୫ । ଅପରପକ୍ଷରେ ଏଯାବତ୍ ଓଡ଼ିଶାରେ ୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।